୨ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ, ଜଣେ ଗୁରୁତର

ଢେଙ୍କାନାଳ: ୨ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବାବେଳେ, ଜଣେ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ ସହର ଉପକଣ୍ଠ ଶକ୍ତି ସୁଗାର୍ସ ମିଲ୍‌ ପରିସରରେ ଥିବା ପାର୍କିଂ ସ୍ଥାନରେ ଏହି ଅଭାବନୀୟ ଘଟଣା ଘଟିଛି। ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ସମସ୍ତ ମୃତାହତ ବିହାରର ଓ ଏମାନେ ସମ୍ପର୍କୀୟ ଭାଇ ବୋଲି ଜଣାପଡ଼ିଛି। ।

ସୂଚନା ଅନୁସାରେ, ଲକ୍‌ଡାଉନ୍‌ ପୂର୍ବରୁ ଖୋର୍ଦ୍ଧାର ଏକ କମ୍ପାନୀ ପାଇଁ ସ୍ପିରିଟ୍ ନେବାକୁ ଟ୍ୟାଙ୍କର ନେଇ ଏହି ୩ ଜଣ ଶକ୍ତି ସୁଗାର୍ସ ମିଲ୍‌ ଆସିଥିଲେ। ମାଲ୍ ନେଇ ନ ଥିବାରୁ ଏମାନେ ଏଠାରେ ରହି ଯାଇଥିଲେ। ଗତକାଲି ବିଳମ୍ବିତ ରାତିରେ ୩ଜଣ ଯାକ ଛଟପଟ ହେଉଥିବାର ଅନ୍ୟ ଟ୍ୟାଙ୍କର ଡ୍ରାଇଭରମାନେ ଦେଖିଥିଲେ। ଘଟଣାସ୍ଥଳରେ ଜଣକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କର ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

କେଉଁ କାରଣ ପାଇଁ ଏମାନଙ୍କର ମୃତ୍ୟୁ ହୋଇଛି ତାହା ଏ ଯାଏ ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଟାଉନ ଥାନା ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶା ସରକାରଙ୍କ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ଖୋଦ୍‌ ଶାସକ ଦଳର ନେତା

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

You might also like