ପାଟକୁରା ନିର୍ବାଚନ ଫଳାଫଳ: ୧୦ମ ରାଉଣ୍ଡ୍‌ ଶେଷ ସୁଦ୍ଧା ବିଜେଡି ଆଗୁଆ

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ତେବେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ୧୪, ୯୫୮ ଭୋଟ୍‌ରେ ବିଜେଡି ଆଗୁଆ ରହିଛି।

୧୦ମ ରାଉଣ୍ଡ୍‌ରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍‌ଙ୍କୁ ୫୮, ୯୧୯ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୪୩, ୯୬୧ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ୧୫୩୯ ଖଣ୍ଡ ଭୋଟ୍ ମିଳିଛି।

ଶୀଘ୍ର ଗଣତି କରି ଦିନ ଗୋଟାଏ ସୁଦ୍ଧା ଫଳାଫଳ ଘୋଷଣା କରାଯିବ ବୋଲି ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂଚନା ଦେଇଥିଲେ।

You might also like