ମର୍ଣ୍ଣିଂ ଓ୍ୱାକ୍‌ରେ ଯାଇଥିବା ବେଳେ ଦଳି ଦେଲା ହାତୀ

ଢେଙ୍କାନାଳ: ମର୍ଣ୍ଣିଂ ଓ୍ୱାକ୍‌ରେ ଯାଇଥିବା ବେଳେ ଦଳି ଦେଲା ହାତୀ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣି ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ନିରୋପମା ବିଶ୍ୱାଳ।

ଆଜି ସକାଳେ ନିରୋପମା ମର୍ଣ୍ଣିଂ ଓ୍ୱାକ୍‌ରେ ଯାଇଥିବା ବେଳେ ଦନ୍ତା ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିଲା। ଦନ୍ତା ହାତୀଟି ଗୋଠ ଛଡ଼ା ହୋଇ ସ୍ଥାନୀୟ ଅଞ୍ଚଳରେ ଉତ୍ପାତ କରୁଥିବା ଅଭିଯୋଗ ହୋଇଛି।

ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଭାଲୁମୁଣ୍ଡା ଛକରେ ରାସ୍ତା ଅବରୋଧ କରିଥିବା ବେଳେ ବନ ବିଭାଗର କର୍ମଚାରୀ ଗାଁରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛନ୍ତି।

ବାରମ୍ବାର ହାତୀ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ହେଉଥିଲେ ମଧ୍ୟ ଉଚିତ୍‌ ପଦକ୍ଷେପ ନିଆଯାଉ ନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି। ଗତ ମାସରେ ବି ଏହି ପଞ୍ଚାୟତର ଜଣକୁ ଦନ୍ତାହାତୀ ମାରି ଦେଇଥିଲା।

 

You might also like