ଭୁବନେଶ୍ୱର: ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ ହୋଇଯାଇଛି। ଜଟଣୀ ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।

ରାଜୁ ମିଶ୍ରଙ୍କ ପରଲୋକ ନେଇ ପତ୍ନୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି। ଘରେ ବସି ଥିବାବେଳେ ହୃଦ୍‌ଘାତରେ ଟଳି ପଡ଼ିଥିଲେ ରାଜୁ ମିଶ୍ର।

ସେ ଅନେକ ସୁପର ହିଟ୍ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶନା ଦେଇଛନ୍ତି। ‘ମମତା ମାଗେ ମୂଲ’, ‘ପୁଅ ମୋର କଳା ଠାକୁର’, ‘ସାଗର ଗଙ୍ଗା’, ‘ଉଲ୍‌କା’, ‘ସତ ମିଛ’, ‘ପଥର ଖସୁଛି ବଡ଼ ଦେଉଳୁ’ ଭଳି ହିଟ୍‌ ଫିଲ୍ମରେ ସେ ନିର୍ଦ୍ଦେଶନା ଦାୟିତ୍ୱରେ ଥିଲେ। ଜୟଦେବ ସମ୍ମାନ ସହ ସେ ଅନେକ ପୁରସ୍କାର ଲାଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ଟିକା ପାଇଁ ନାଁ ଦେଲେଣି ୯୮ ପ୍ରତିଶତ

Other Stories