ପ୍ରସିଦ୍ଧ ଲେଖିକା ପ୍ରତିଭା ରାୟଙ୍କ ସ୍ୱାମୀଙ୍କ ପରଲୋକ

ଭୁବନେଶ୍ୱର: ଜ୍ଞାନପୀଠ ପୁରସ୍କାର ବିଜୟିନୀ ତଥା ପ୍ରସିଦ୍ଧ ଲେଖିକା ପ୍ରତିଭା ରାୟଙ୍କ ସ୍ୱାମୀ ଅକ୍ଷୟ ଚନ୍ଦ୍ର ରାୟଙ୍କ ପରଲୋକ ହୋଇଯାଛି। ମୃତ୍ୟୁ ବେଳକୁ ତାଙ୍କୁ  ୭୭ ବର୍ଷ ବୟସ ହୋଇଥିଲା।

ଗତକାଲି ଅପରାହ୍ନ ୪ଟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ଅକ୍ଷୟ ଚନ୍ଦ୍ର ଅସୁସ୍ଥ ଥିଲେ। ଗତ କିଛି ଦିନ ଧରି ସେ ହସ୍ପିଟାଲ୍‌ରେ ମଧ୍ୟ ଭର୍ତ୍ତି ହୋଇଥିଲେ।

ଗତକାଲି ସେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇ ଘରକୁ ଆସିଥିଲେ। ତେବେ ଅପରାହ୍ନରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିବାରୁ ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେ ଜଣେ ସରକାରୀ ଇଞ୍ଜିନିୟର ଥିଲେ। ଏଥିସହ ସେ ‘ଆଦ୍ୟା ପ୍ରକାଶନୀ’ର ପ୍ରକାଶକ ମଧ୍ୟ ଥିଲେ।

ଆହୁରି ପଢ଼ନ୍ତୁ

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବାଲେଶ୍ୱର ବିଜେଡିରେ ଗୋଷ୍ଠୀ କନ୍ଦଳ !

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

You might also like