ଭଙ୍ଗାଯିବ ସିଂହଦ୍ୱାର ସମ୍ମୁଖ ଏମାର ମଠ

ପୁରୀ: ଶ୍ରୀମନ୍ଦିର ଚାରିପାଖରୁ ୭୫ ମିଟର ଉଚ୍ଛେଦ ଅଭିଯାନ ଜାରି ରହିଛି । ଆଜି ସିଂହଦ୍ୱାର ସମ୍ମୁଖରେ ଥିବା ଦ୍ୱାଦଶ ଶତାବ୍ଦୀର ଏମାର ମଠକୁ ଭଙ୍ଗା ଯାଉଛି । ଚାରିତାଲା ବିଶିଷ୍ଟ ଏହି ମଠର ଉପର ମହଲାରୁ ପ୍ରଥମେ ଉଚ୍ଛେଦ ଆରମ୍ଭ ହୋଇଛି । ଉଚ୍ଛେଦସ୍ଥଳରେ ଉପଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଓ ଉଚ୍ଚ ଅଧତ୍କାରୀ ଉପସ୍ଥିତ ଅଛନ୍ତି।

ଗତକାଲି ମଠ ପରିସରରେ ଥିବା ଦୋକାନ ଏବଂ ମଠର ସମସ୍ତ ସାମଗ୍ରୀ ସ୍ଥାନାନ୍ତର କରାଯାଇଥିଲା। ସେହିପରି ଉଚ୍ଛେଦ ହେବାକୁ ଥିବା ବ୍ରିଟିଶ୍ ଅମଳର ରଘୁନନ୍ଦନ ଲାଇବ୍ରେରୀର ମୂଲ୍ୟବାନ ପୁସ୍ତକ ଓ ନଥିପତ୍ର ସ୍ଥାନାନ୍ତର କାମ ମଧ୍ୟ ସରିଛିି । ଏମାର ମଠ ସହ ଆହୁରି ୭ଟି ପୁରୁଣା ମଠ ଭଙ୍ଗାଯିବାକୁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଏପଟେ ଏମାର ମଠ ପରିସରରେ ଥିବା କର୍ମଚାରୀଙ୍କ ଘର ଉଚ୍ଛେଦ ହେଲା ପରେ ଖୋଲା ଆକାଶ ତଳେ କିଛି ଲୋକ ଆସବାବପତ୍ର ଧରି ବସିରହିଥିବା ଦେଖିବାକୁ ମିଳିଥିଲା। ଜିଲ୍ଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ବଗଲା ଧର୍ମଶାଳାରେ ୩ଟି ରୁମ୍‌ରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। କିନ୍ତୁ ସେମାନେ ସମ୍ପୂର୍ଣ୍ଣ ଥଇଥାନ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like