ଜାଲି ସାର୍ଟିଫିକେଟ୍‌ , ନକଲି ଶିକ୍ଷକ

କୋରାପୁଟ ( ସୂର୍ଯ୍ୟ ନାରାୟଣ ପଣ୍ଡା) : ଜାଲ୍ ସାର୍ଟିଫିକେଟ୍ ଦେଇ ନିଯୁକ୍ତି ପାଇଛନ୍ତି ଶିକ୍ଷକ, ଶିକ୍ଷୟିତ୍ରୀ ଜଣେ କି ଦୁଇ ଜଣ ନୁହେଁ, ୧୪ ଜଣ ଶିକ୍ଷକ ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି କରିଥିବା ଜଣାପଡ଼ିଛି ।

କୋରାପୁଟରୁ ଆସିଛି ଏପରି ସାଙ୍ଘାତିକ ଅଭିଯୋଗ। ୨୦୧୮ ମସିହାରୁ ଦଶମନ୍ତପୁର ବ୍ଲକର ୨ ଜଣ ଶିକ୍ଷକ ନରେଶ କୁମାର ସୁବୁଦ୍ଧି ଓ କୁମାର ଚେଟୀ ଜାଲ ପ୍ରମାଣପତ୍ର ଦେଇ ଚାକିରି କରୁଥିଲେ। ପ୍ରମାଣପତ୍ର ଯାଂଚ ବେଳେ ଏନେଇ ଜଣାପଡ଼ିବା ପରେ ଶିକ୍ଷା ବିଭାଗ ପକ୍ଷରୁ ଦଶମନ୍ତପୁର ଥାନାରେ ଏତଲା ଦିଆଯାଇଛି।

ଅପରପଟେ ଡି.ର୍ଗିଲିପୁଟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟବାନ ତୁରୁକ କହିଛନ୍ତି, ସେମାନେ ସ୍କୁଲରେ ସାର୍ଟିଫିକେଟ୍‌ କିଛି ଦେଇନାହାନ୍ତି । ଡିଇଓ ଅଫିସରେ ଦେଇଛନ୍ତି । ସେଥିପାଇଁ ତାଙ୍କର ସାର୍ଟିଫିକେଟ୍‌ ଫେକ୍‌ ବି ସଠିକ୍‌ ଆମେ ଜାଣିପାରୁନୁ । ସେ କେବଳ ଜଏନିଂ ରିପୋର୍ଟ ଦେଇଛନ୍ତି। ତାଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ସେ କିଛି ଜାଣିନାହାନ୍ତି ।

ଏବେ ଜିଲ୍ଲାର ୫ଶହରୁ ଅଧିକ ଶିକ୍ଷକ ସନ୍ଦେହ ଘେରରେ ରହିଛନ୍ତି। ସେମାନଙ୍କ ପ୍ରମାଣପତ୍ର ଯାଂଚ ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲା ଶିକ୍ଷା ବିଭାଗ ଅଧିକାରୀ କହିଛନ୍ତି ।

 

ଆହୁରି ପଢ଼ନ୍ତୁ

ଓଡ଼ିଶା ପୋଲିସ୍ ଡିଜିଙ୍କୁ ଜାତୀୟ ST କମିଶନଙ୍କ ଚିଠି

କରୋନାରୁ ସୁସ୍ଥ ହେଲେ ୧୭୮୫ ଆକ୍ରାନ୍ତ

କୋଭିଡ୍‌ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପୋଲିସ୍ ଡିଜି

କୁଷ୍ଠରୋଗୀ କହି ବାସନ୍ଦ କରିଦେଲେ, ପାଇପ୍ ଭିତରେ ବିତୁଛି ଜୀବନ

ଭାଇରାଲ୍ ଅଡ଼ିଓ ପ୍ରସଙ୍ଗ: ଲକ୍ଷ୍ମୀକାନ୍ତଙ୍କୁ ପୋଲିସ ଉଠାଇ ନେବା ପରେ ଚିନ୍ତାରେ ବାପା ଶଯ୍ୟାଶାୟୀ

ଅଡିଓ ଭାଇରାଲ ପ୍ରସଙ୍ଗ: ଗିରଫ ଲକ୍ଷ୍ମୀକାନ୍ତଙ୍କୁ ଭେଟିଲା କଂଗ୍ରେସ

ଲୋକଙ୍କ ପ୍ରଶ୍ନର ଉତ୍ତର ରଖିବାକୁ କାହିଁକି ଡରୁଛନ୍ତି ରାଜ୍ୟ ସରକାର?

ଭୁବନେଶ୍ୱରରୁ ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ

ଆଇନ୍‌ ଉଲ୍ଲଙ୍ଘନ ଅଭିଯୋଗରେ କ୍ୟାପିଟାଲ ଥାନା IIC ଗିରିଜା ଚକ୍ରବର୍ତ୍ତୀଙ୍କ ନାଁରେ ଏତଲା ଦେଲା ଓଟିଭି

କଟକ ମହାନଗର ଅଞ୍ଚଳରୁ ୭୩ କରୋନା ଆକ୍ରାନ୍ତ ଚିହ୍ନଟ

ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସମ୍ୱଲପୁରରେ ହେବନି ସଟ୍‌ଡାଉନ୍

You might also like