ଋଣ ଭାର ସହି ନପାରି କୀଟନାଶକ ପିଇଲେ ଚାଷୀ

ଗଞ୍ଜାମ : ରାଜ୍ୟରେ ପୁଣି ଚାଷୀ ଆତ୍ମହତ୍ୟା ଅଭିଯୋଗ। ଫସଲ କ୍ଷତି ସାଙ୍ଗକୁ ଋଣ ଭାର ଚିନ୍ତାରେ କୀଟନାଶକ ପିଇ ଜୀବନ ହାରିଛନ୍ତି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ୍‌ ଟଙ୍କାଛାଇ ଗାଁର ଚାଷୀ ସନ୍ୟାସୀ ସ୍ୱାଇଁ।

ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା, ହେଲେ ସେଠାରେ ଆଜି ତାଙ୍କର ମୃତ୍ୟୁ ହୋଇଛି। ତିତ୍‌ଲି ବାତ୍ୟା ଏବଂ ପରବର୍ତ୍ତୀ ବନ୍ୟାରେ ସନ୍ୟାସୀଙ୍କ ଲକ୍ଷାଧିକ ଟଙ୍କାର ଫସଲ ନଷ୍ଟ ହୋଇଥିଲା।

ତା ସାଙ୍ଗକୁ ଋଣ ଭାର ଚିନ୍ତାରେ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି। ତେବେ ଏ ନେଇ ଜିଲ୍ଲା ପ୍ରଶାସନର ପ୍ରତିକ୍ରିୟା ମିଳିନାହିଁ।

You might also like