ଋଣ ଶୁଝିବାକୁ ବାଧ୍ୟ କରିବାରୁ ଆତ୍ମହତ୍ୟା କଲେ ଚାଷୀ

ଭଦ୍ରକ: ଋଣ ଶୁଝିବା ଲାଗି ଫାଇନାନ୍ସ କର୍ମଚାରୀ ବାଧ୍ୟ କରିବାରୁ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ଅର୍ଣ୍ଣପାଳ ପଞ୍ଚାୟତ ରାଜୁଆଳି ବିନ୍ଧା ଗାଁରୁ ଆସିଛି ଏଭଳି ଅଭିଯୋଗ। ମୃତକ ହେଲେ ରାଜୁଆଳି ବିନ୍ଧା ଗ୍ରାମର ମହେନ୍ଦ୍ର ଦାସ।

ମହେନ୍ଦ୍ରଙ୍କ ସ୍ତ୍ରୀ ୪ଟି ଘରୋଇ ଅର୍ଥ ଲଗାଣ ସଂସ୍ଥା ଠାରୁ ୫୦ ହଜାର ଟଙ୍କାରୁ ଅଧିକ ଋଣ ଆଣିଥିଲେ। କରୋନା କଟକଣା ଯୋଗୁଁ କୌଣସି ରୋଜଗାର ନଥିବା ବେଳେ ଫାଇନାନ୍ସ କର୍ମଚାରୀ ଋଣ ଶୁଝିବା ଲାଗି ବାରମ୍ବାର ଚାପ ପକାଉଥିଲେ।

ଏନେଇ ମହେନ୍ଦ୍ର ମାନସିକ ଚାପରେ ରହିବା ସହ ନିଜ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଖବର ପାଇବା ପରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ଲାଗି ପଠାଇ ଛାନଭିନ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like