ଦୁର୍ଘଟଣାରେ ଚାଲିଗଲା ବାପା, ୨ ପୁଅଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟ ଗଡ଼ଖୋର୍ଦ୍ଧା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି।

ମୃତକ ହେଲେ କୃଷ୍ଣଚନ୍ଦ୍ର ପାତାଳସିଂହ ଓ ତାଙ୍କର ୨ ପୁଅ ବିକ୍ରମ ପାତାଳସିଂହ ଓ ସଂଜୟ ପାତାଳସିଂହ। ସେମାନଙ୍କ ଘର ଖୋର୍ଦ୍ଧା ମଳିପଡ଼ା ଅଞ୍ଚଳରେ। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, କୃଷ୍ଣଚନ୍ଦ୍ର ତାଙ୍କ ୨ ପୁଅଙ୍କ ସହ  ଭୁବନେଶ୍ୱରରୁ ଏକ ବାଇକ୍‌ ଯୋଗେ ଖୋର୍ଦ୍ଧା ଫେରୁଥିବାବେଳେ ଏକ ମିନି ଟ୍ରକ୍‌ ସେମାନଙ୍କର ଗାଡ଼ିକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟି ଥିବାବେଳେ ତାଙ୍କର ୨ ପୁଅଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ଘଟିଥିଲା।

ଟାଉନ ଥାନା ପୁଲିସ୍‌ ଦୁର୍ଘଟଣାଗ୍ରସ୍ତ ୨ଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like