ଯବାନ ପୁଅର ଆକ୍ରମଣରେ ବାପା ମୃତ

ଆନନ୍ଦପୁର: ଆନନ୍ଦପୁର ଉପଖଣ୍ଡ ମଦନପୁର ଗାଁରେ ଜଣେ ଆଇଟିବିପି ଯବାନ ପୁଅର ଆକ୍ରମଣରେ ବାପାର ମୃତ୍ୟୁ ହୋଇଛି। ଅଭିଯୁକ୍ତ ଯବାନ ହେଉଛନ୍ତି ଆଇଟିବିପିରେ ଚାକିରି କରିଥିବା ରଞ୍ଜନ ଓଝା। ସେ ଅରୁଣାଚଳ ପ୍ରଦେଶରେ ଅବସ୍ଥାପିତ ଥିଲେ। ଛୁଟି ନେଇ ସେ  ଘରକୁ ଆସିଥିବା ଜଣାପଡ଼ିଛି।

ଘଟଣା ଅନୁସାରେ କୌଣସି କାରଣରୁ ଘରୋଇ କଥାକୁ ନେଇ ପରିବାର ଏବଂ ଯବାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ଉଗ୍ରରୂପ ନେବାରୁ ଅଭିଯୁକ୍ତ ଯବାନ ପୁଅ ବାପାକୁ ଏକ ଭୁଜାଲିରେ ଆକ୍ରମଣ କରିଥିଲା। ଘଟଣା ସ୍ଥଳରେ ବାପାର ମୃତ୍ୟୁ ହୋଇଯାଇଥିଲା।

ବାପାଙ୍କ ମୃତ୍ୟୁ ପରେ ଅନ୍ୟ ଦୁଇ ଭାଇ ପ୍ରତିଶୋଧ ପରାୟଣ ହୋଇ ରଞ୍ଜନକୁ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଘଟଣା ସ୍ଥଳରେ ରାମଚନ୍ଦ୍ରପୁର ଥାନା ପୋଲିସ୍‌ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like