‘ବାପାର ଟିକେ ଚିକିତ୍ସା କରିଥିଲେ, ଆମ ପରିବାର ଭାଙ୍ଗିନଥାନ୍ତା’

କଳାହାଣ୍ଡି(ରାଜ୍‌ କୁମାର ସିଂ ଦେଓ): କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ। କୋଭିଡ୍ ଚିହ୍ନଟ ହେବା ପରେ ବି ଗୁରୁତର ଆକ୍ରାନ୍ତଙ୍କୁ ହସ୍ପିଟାଲ୍‌ରୁ ସ୍ଥାନାନ୍ତର କରାଗଲାନି। ଏଭଳି ଅଭିଯୋଗ ଆସିଛି ଭବାନୀପାଟଣାରୁ। ଗତକାଲି କଳାହାଣ୍ଡି ମୁଖ୍ୟ ଚିକିତ୍ସାଳୟରେ ସ୍ଥାନୀୟ କଷାକେନ୍ଧୁ ଗାଁର ଜଣେ ମଧୁମେହ ରୋଗୀ ଚିକିତ୍ସିତ ହେଉଥିଲେ। ତେବେ ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ କୋଭିଡ୍ ହସ୍ପିଟାଲ୍ ସ୍ଥାନାନ୍ତର କରିବାକୁ ୪ ଘଣ୍ଟା ବିଳମ୍ବ କରିଥିବା ତାଙ୍କ ପରିବାରଲୋକେ ଅଭିଯୋଗ କରିଛନ୍ତି।
ଏଥିପାଇଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ କହିଛନ୍ତି। ଘଟଣାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ କୋଭିଡ୍ ମେଡିକାଲ୍ ଦାୟିତ୍ୱରେ ଥିବା କର୍ତ୍ତୃପକ୍ଷଙ୍କୁ ଦାୟୀ କରି ଧାରଣାରେ ବସିଥିଲେ ମୃତକଙ୍କ ପରିବାରଲୋକେ।

ଧାରଣାରେ ବସିଥିବା ମୃତକଙ୍କ ଝିଅ, କାନ୍ଦି କାନ୍ଦି ଯଦି ତାଙ୍କ ବାପାଙ୍କୁ ଟିକେ ଦେଖିଦେଇଥାନ୍ତ, ତାଙ୍କର ଯଦି ଟିକେ ଚିକିତ୍ସା କରିଦେଇଥାନ୍ତ ତେବେ ଗୋଟେ ପରିବାର ଭାଙ୍ଗିବାରୁ ବଞ୍ଚିଯାଇଥାନ୍ତା। ଏବେ ଆମେ କେମିତି ଚଳିବୁ ବୋଲି କହିଛନ୍ତି।

ସେପଟେ ଏହି ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲାପାଳ ଜି. ପରାଗ ହର୍ସଦ୍। ରୋଗୀଙ୍କୁ ତୁରନ୍ତ କୋଭିଡ୍ ହସ୍ପିଟାଲ୍ ସ୍ଥାନାନ୍ତର କରାଯିବା ବ୍ୟବସ୍ଥା ହୋଇଥିବା ସେ କହିଛନ୍ତି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like