୧୫ ବିଜେଡି ନେତାଙ୍କୁ ବରିଷ୍ଠ ସାଧାରଣ ସଂପାଦକ ପଦ

ଭୁବନେଶ୍ୱର: ୧୫ ବିଜେଡି ନେତାଙ୍କୁ ଦଳର ବରିଷ୍ଠ ସାଧାରଣ ସଂପାଦକ ଦାୟିତ୍ୱ। ବିଜେଡି ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ୧୫ଜଣ ବରିଷ୍ଠ ସାଧାରଣ ସମ୍ପାଦକ ପଦବୀରେ ଆସୀନ କରାଯିବା ସହ ବିଭିନ୍ନ କ୍ଷେତ୍ର(ୱିଙ୍ଗ)ର ଇନଚାର୍ଜ ମଧ୍ୟ କରାଯାଇଛି। ତେବେ ସର୍ବଭାରତୀୟ ସ୍ତରରେ ବିଜେଡି ପ୍ରଥମ ଦଳ ଭାବେ ନିଜର ଦଳୀୟ ନେତାମାନଙ୍କୁ ସନ୍ତୁଷ୍ଟ କରିବାକୁ ଏଭଳି ୱିଙ୍ଗର ଇନଚାର୍ଜ ଦାୟିତ୍ୱ ଦେଇଛି।

ଯେଉଁ ନେତାମାନଙ୍କୁ ଆଜି ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ୱ ମିଳିଛି ସେମାନେ ହେଲେ ନୃସିଂହ ସାହୁଙ୍କୁ ଆଂଚଳିକ ବିକାଶ, ଅଶୋକ ଚନ୍ଦ୍ର ପଣ୍ଡା, କଳିକେଶ ସିଂହଦେଓ, ପ୍ରୀତିରଞ୍ଜନ ଘଡ଼େଇଙ୍କୁ ସୋସିଆଲ ୱେଲଫେୟାରର ଇନଚାର୍ଜ, ଅରୁଣ କୁମାର ସାହୁ ଓ ରୋହିତ ପୂଜାରୀଙ୍କୁ କଳା,ସଂସ୍କୃତି ଓ ମାନବ ସମ୍ବଳର ଇନଚାର୍ଜ, ଅତନୁ ସବ୍ୟସାଚୀ ନାୟକଙ୍କୁ ‘ମୋ ପରିବାର’ର ଇନଚାର୍ଜ ଦାୟିତ୍ୱ ମିଳିଛି।

ରବି ନାରାୟଣ ନନ୍ଦ, ରାଜେନ୍ଦ୍ର ପ୍ରସାଦ ଢ଼ୋଲକିଆଙ୍କୁ ପରିବେଶ ଇନଚାର୍ଜ, ପ୍ରତାପ ଜେନା ଓ ନବକିଶୋର ଦାସଙ୍କୁ ସଶକ୍ତ ଓଡ଼ିଶା ଇନଚାର୍ଜ, ରମେଶ ଚନ୍ଦ୍ର ମାଝୀ, ସରୋଜିନୀ ହେମ୍ବ୍ରମଙ୍କୁ ଆଦିବାସୀ ବିକାଶ ଓ ସଂଖ୍ୟାଲଘୁ ବ୍ୟାପାର ଇନଚାର୍ଜ, ଶଶୀଭୂଷଣ ବେହେରାଙ୍କୁ ମହିଳା ସଶକ୍ତିକରଣ ଓ ଅନୁସୂଚିତ ଜାତି କଲ୍ୟାଣ ଇନଚାର୍ଜ ଏବଂ ସୁମ୍ରିତ୍ରା ଜେନାଙ୍କୁ ମହିଳା ସଶକ୍ତିକରଣ ଇନଚାର୍ଜ ଭାବେ ଅବସ୍ଥାପିତ କରାଯାଇଛି।

You might also like