ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଝିଅଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ। କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନର ଏତଲା ଆଧାରରେ ମାମଲା ରୁଜୁ କରିଛି ପୋଲିସ। ଏହି ସୂଚନା ଦେଇଛନ୍ତି ଝାରସୁଗୁଡ଼ା ଏସ୍‌ପି। ପୌରପରିଷଦ ଅଧିକାରୀଙ୍କ ଏତଲା ଆଧାରରେ ମାମଲା ରୁଜୁ ହୋଇଛି।

ଗତ ୨୨ ତାରିଖରେ କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ କରି DRDA କନ୍ଫରେନ୍ସ ହଲରେ ନରସିଂହ-ବିଷ୍ଣୁପ୍ରିୟା ସେବା ଟ୍ରଷ୍ଟର ସଭା କରିଥିଲେ। କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରିବାକୁ ନବ ଦାସଙ୍କ ଝିଅ ଦୀପାଳି ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଯେଉଁଥିରେ ଶତାଧିକ ଲୋକଙ୍କ ସମାଗମ ହୋଇଥିଲା। ପୂର୍ବରୁ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସ ମଧ୍ୟ ଦୀପାଳି ଦାସଙ୍କ ନାଁରେ ଏତଲା ଦେଇଥିଲା।

ଝାରସୁଗୁଡ଼ା ରାଜନୀତି‌ରେ ଏବେ ସବୁଠାରୁ ଚର୍ଚ୍ଚାରେ ଅଛନ୍ତି ନବ ଦାସଙ୍କ ଝିଅ ଦୀପାଳି ଦାସ। ତେବେ ପୂର୍ବରୁ ତଥା ଗତ ଡିସେମ୍ବର ମାସରେ ହୀରାକୁଦର ନିଷିଦ୍ଧାଞ୍ଚଳରେ ୩ଜଣ ଓଲିଉଡ୍ ଅଭିନେତ୍ରୀଙ୍କ ସମେତ ଦୀପାଳି ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ଏନେଇ ମାମଲା ମଧ୍ୟ ହୋଇଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like