କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ: କଟକ ଜଗତପୁର ସ୍ଥିତ ସଦ୍‌ଗୁରୁ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଆଜି ଅପରାହ୍ଣରେ ହସ୍ପିଟାଲ୍‌ର ଗ୍ରାଉଣ୍ଡ୍‌ଫ୍ଲୋର୍‌ ICUରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି।

ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି। ଜିଲ୍ଲାପାଳ, ସିଏମ୍‌ସି କମିଶନର ଓ କଟକ ଡିସିପି ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହସ୍ପିଟାଲ୍‌ରେ ଥିବା ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି।

ହସ୍ପିଟାଲ୍‌ରେ ନିଆଁ ଲାଗିବା ଘଟଣାକୁ ନେଇ ଚିଫ୍ ଫାୟର ଅଫିସର ସୂଚନା ଦେଇ କହିଛନ୍ତି, ହସ୍ପିଟାଲ୍‌ରେ ଲାଗିଥିବା ନିଆଁ ବର୍ତ୍ତମାନ ନିୟନ୍ତ୍ରଣାଧୀନ ହୋଇଛି। ସମସ୍ତ କରୋନା ଆକ୍ରାନ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଆକ୍ରାନ୍ତଙ୍କୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯିବ।

ତେବେ କେଉଁ କାରଣ ଯୋଗୁ ହସ୍ପିଟାଲ୍‌ରେ ନିଆଁ ଲାଗିଲା ତାହ ଜଣାପଡ଼ିନାହିଁ।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like