ଜଳିଗଲା କପଡ଼ା ଦୋକାନ

ରାଉରକେଲା: ରାଉରକେଲା ସହରର ମଙ୍ଗଳ ଭବନ ନିକଟରେ ଥିବା ଏକ କପଡ଼ା ଦୋକାନରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଛି। ଫଳରେ ପାଖାପାଖି ୭ ଲକ୍ଷ ଟଙ୍କାର କପଡ଼ା ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

କେଉଁ କାରଣରୁ ଦୋକାନରେ ନିଆଁ ଲାଗିଲା ସେ ନେଇ କୌଣସି ସୂଚନା ମିଳିପାରିନାହିଁ। ତେବେ  ଦୋକାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

You might also like