ବିଦ୍ୟୁତ୍ ଆଘାତରେ ୫ ଜଣଙ୍କ ମୃତ୍ୟୁ

ନୟାଗଡ଼ / ବଲାଙ୍ଗିର/ କଣ୍ଟାବାଞ୍ଜି : ଏମିତି ବି ଆସେ ମୃତ୍ୟୁ। ନୟାଗଡ଼ରେ ବିଦ୍ୟୁତ୍ ତାର ଲାଗି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ରଣପୁର ଥାନା ଗୋଡ଼ିପଡ଼ା ରଙ୍କଦେଉଳି ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା।

କଟରରେ ପାଇପ୍ କାଟୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ ଇଲେକ୍ଟ୍ରି ମିସ୍ତ୍ରୀ। ତେବେ ଏହି ସମୟରେ ତାଙ୍କୁ ବଞ୍ଚାଇବାକୁ ଯାଇ ଘର ମାଲିକ ବି ବିଦ୍ୟୁତ୍ ସଂସ୍ପର୍ଶରେ ଆସିଯାଇଥିଲେ। ନିକଟସ୍ଥ ମେଡିକାଲ୍‌ରେ ଉଭୟଙ୍କୁ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ଉଲ୍ଲେଖନୀୟ ଯେ, ନୟାଗଡ଼ର ଘଟଣାକୁ ମିଶାଇ ଆଜି ରାଜ୍ୟରେ ୫ଜଣ ବିଦ୍ୟୁତ୍ ଆଘାତରେ ପ୍ରାଣ ହରାଇଛନ୍ତି। ବଲାଙ୍ଗିର ଲୋଇସିଂହା ଅଞ୍ଚଳରେ ଲୁଗା ଶୁଖାଇବା ବେଳେ ସ୍ୱାମୀ ସ୍ତ୍ରୀ ପ୍ରାଣ ହରାଇଛନ୍ତି। ସେହିପରି କଣ୍ଟାବାଞ୍ଜି ମୁରିବାହାଲ ଥାନା ଗୁରୁଣ୍ଡା ଗାଁରେ ସାନ ଭଉଣୀକୁ ବଞ୍ଚାଇବାକୁ ଯାଇ ବଡ଼ଭାଇର ବି ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like