ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୫ ଆହତ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି):ରାଉରକେଲାର ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଟିସିଆଇ ଛକ ନିକଟରେ ବସ୍ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୫ଜଣ ବସ୍‌ ଯାତ୍ରୀଙ୍କ ସମେତ ଟ୍ରକ୍‌ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି।

ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।

ଗୁପ୍ତା ନାମକ ବସ୍‌ଟି ରାଉରକେଲାରୁ ଗୟା ଅଭିମୁଖେ ଯାଉଥିବା ବେଳେ ଟିସିଆଇ ଛକ ନିକଟରେ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ଟ୍ରକ୍‌ ଓ ବସ୍ ରାସ୍ତାରେ ଅଟକି ରହିଥିବାରୁ ଜାତୀୟ ରାଜପଥରେ ଗାଡି ଚଳାଚଳ ପ୍ରଭାବିତ ହୋଇଛି।

You might also like