ପାଟକୁରା ନିର୍ବାଚନ ଫଳାଫଳ: ୫ମ ରାଉଣ୍ଡ୍ ଶେଷ ସୁଦ୍ଧା ବିଜେଡି ଆଗୁଆ
କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ୫ମ ରାଉଣ୍ଡ ଶେଷ ସୁଦ୍ଧା ୮୬୭୩ ଭୋଟ୍ରେ ବିଜେଡି ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍ଙ୍କୁ ୩୦, ୬୦୦ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୨୧, ୯୨୭ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ୮୨୦ ଖଣ୍ଡ ଭୋଟ୍ ମିଳିଛି।
ଭୋଟ୍ ଗଣତି ପାଇଁ ୧୮ଟି ଟେବୁଲ୍ର ବ୍ୟବସ୍ଥା କରାଯାଇଛି। ପ୍ରତି ଟେବୁଲ୍ ପାଇଁ ମାଇକ୍ରୋ ଅବଜରଭର୍ ଓ ଦୁଇ ଜଣ କାଉଣ୍ଟିଂ ପର୍ସନଲ୍ ରହିବେ। ଶୀଘ୍ର ଗଣତି କରି ଦିନ ଗୋଟାଏ ସୁଦ୍ଧା ଫଳାଫଳ ଘୋଷଣା କରାଯିବ ବୋଲି ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂଚନା ଦେଇଥିଲେ।