ଫୁଲୁଛି ମହାନଦୀ, ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ସ୍ଥିତି

ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା) : ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିସହ ହୀରାକୁଦ ଜଳଭଣ୍ଡାରରୁ ବନ୍ୟା ଜଳ ନିଷ୍କାସନ ପରେ ମହାନଦୀ ଫୁଲିବାରେ ଲାଗିଛି। ଜଳସ୍ତର ବୃଦ୍ଧି ପାଇଥିବାରୁ ଛୋଟ ବଡ଼ ନାଳ ଓ ଯୋରରୁ ପାଣି ନିଷ୍କାସନ ହୋଇ ନପାରି ବନ୍ୟା ପରିସ୍ଥିତି ଦେଖାଦେଇଛି।

ବୀରମହାରାଜପୁର ବ୍ଲକର ବଖମ୍ୱଶିରିପାଲି ଗାଁ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ଗାଁକୁ ଚାରିପଟୁ ବନ୍ୟାପାଣି ଘେରି ରଖିଥିବାରୁ ଭୟ ଆଉ ଆଶଙ୍କା ଭିତରେ ଗାଁଲୋକେ ଅଛନ୍ତି। ପିତାମହୁଲ ବାଉରୀ ଯୋର ଉପରେ ଆଜି ମଧ୍ୟ ୫ ଫୁଟ ଉଚ୍ଚର ବନ୍ୟାପାଣି ପ୍ରବାହିତ ହେଉଛି। ଫଳରେ ବୀରମହାରାଜପୁର-ରେଢାଖୋଲ,ବୀରମହାରାଜପୁର-ବଉଦ ଏବଂ ବୀରମହାରାଜପୁର- ଆଠମଲ୍ଲିକ ଯୋଗାଯୋଗ ବିଚ୍ଛିନ୍ନ ରହିଛି।

ସେହିଭଳି କୁଲୁଥି ଯୋରର ଜଳସ୍ତର ମଧ୍ୟ ବୃଦ୍ଧିପାଇ ବିଜେପୁର ସେତୁରେ ୩ ଫୁଟ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି। ତେଣୁ ବୀରମହାରାଜପୁର ବିଜେପୁର ଦେଇ ସୋନପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ଆହୁରି ପଢ଼ନ୍ତୁ

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

You might also like