• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ପିପିଲି(ଦୂତୀ କୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ପିପିଲିରେ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାଡ୍‌ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏଥିରେ ଜଣେ ମାଜିଷ୍ଟ୍ରେଟ୍ ଓ ଜଣେ ପୁଲିସ୍‌ ଏଏସ୍‌ଆଇଙ୍କ ସମେତ ଅନ୍ୟ କିଛି ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଗତକାଲି ରାତିରେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ହୁଙ୍କେଇପୁର ସ୍ଥିତ ଫାର୍ମ ହାଉସ୍‌ରେ ମଦ ଓ ଟଙ୍କା ବଣ୍ଟା ଯାଉଥିବା ଖବର ପାଇ ମାଜିଷ୍ଟ୍ରେଟ୍ ରବି ନାରାୟଣ ପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍ ସେଠାକୁ ଚଢ଼ାଉ କରିବାକୁ ଯାଇଥିଲା। ସେହି ସମୟରେ ନିଜେ ପ୍ରଦୀପ ମହାରଥୀ ଫାର୍ମ ହାଉସ୍ ଭିତରେ ପଶି ଟିମ୍ ସଦସ୍ୟମାନଙ୍କୁ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିବା ରବି ନାରାୟଣ ଅଭିଯୋଗ କରିଛନ୍ତି।

ଏଥିରେ ସେ ନିଜେ ଆହତ ହେବା ସହ ଏଏସ୍‌ଆଇ ବିନୟ କୁମାର ଦାସ ଓ ତାଙ୍କ ଡ୍ରାଇଭର ଦୀପକ ଆହତ ହୋଇଥିବା ରବି ନାରାୟଣ କହିଛନ୍ତି। ସେହିପରି ଫ୍ଲାଇଂ ସ୍କ୍ୱାଡ୍‌ କ୍ୟାମେରାମ୍ୟାନଙ୍କୁ ମଧ୍ୟ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଦୁର୍ବୃତ୍ତମାନେ କ୍ୟାମେରା ଭାଙ୍ଗିଦେଇଥିବା ସୂଚନା ମିଳିଛି। ଆହତ ମାଜିଷ୍ଟ୍ରେଟ୍‌ଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି।

ପୁରୀ ଏସ୍‌ପି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମାଜିଷ୍ଟ୍ରେଟ୍ ଓ ପୁଲିସ୍‌ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ଚାଲିଥିବା ଏସ୍‌ପି କହିଛନ୍ତି।

ଅନ୍ୟପକ୍ଷେ, ଏହି ଘଟଣାକୁ ନେଇ ମହାରଥୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

https://youtu.be/vz3eMiFa9fA

Flying-squad-sst-team-allegedly-thrashed-while-raid-in-bjd-mla-candidate-farmhouse
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories