ଆସିଲା ପୂର୍ବତନ ବିଧାୟକ ଅନୁପ ସାଏଙ୍କ କରୋନା ରିପୋର୍ଟ
ଭୁବନେଶ୍ୱର: ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଛତିଶଗଡ଼ ଜେଲ୍ରେ ଥିବା ବେଳେ ତାଙ୍କୁ କରୋନା ହୋଇଥିବା ଜଣାପଡ଼ିଛି ।
ଅନୁପ ସାଏଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା । ଏହା ପରେ ତାଙ୍କର ସ୍ୱାବ ଟେଷ୍ଟ କରାଯାଇଥିଲା ।ସ୍ୱାବ୍ ଟେଷ୍ଟରୁ ଅନୁପ କରୋନା ପଜିଟିଭ ହୋଇଥିବା ଜଣାପଡ଼ିଛି । ତାଙ୍କର ଚିକିତ୍ସା ଚାଲିଥିବା ଛତିଶଗଡ଼ ଜେଲ୍ କର୍ତ୍ତୃପକ୍ଷଙ୍କ ସୂତ୍ରରୁ ଜଣାପଡ଼ିଛି ।
ସୂଚନାଥାଉ କି, ମାଆ ଝିଅ ହତ୍ୟା ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ ଗିରଫ ହୋଇ ଛତିଶଗଡ ଜେଲରେ ଥିଲେ ପୂର୍ବତନ ବ୍ରଜରାଜନଗର ବିଧାୟକ ଅନୁପ ସାଏ। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପ୍ରଥମେ ରାୟଗଡ଼ା ମୁଖ୍ୟ ଚିକିତ୍ସାଳୟ ଓ ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।
ରାୟଗଡ଼ ଜେଲ୍ କର୍ତ୍ତୃପକ୍ଷ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଇଥିବା ସୂଚନା ଦେଇଥିଲେ ଅନୁପଙ୍କ ବଡ଼ ଭାଇ।