ଆଗାମୀ ୫ ମାସ ଯାଏ ମଗଣାରେ ମିଳିବ ଡାଲି ଓ ଚାଉଳ
ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ମାସ ପାଇଁ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ମଗଣାରେ ଚାଉଳ ଓ ଡାଲି ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ପ୍ରତ୍ୟକ ହିତାଧିକାରୀଙ୍କୁ ୫ କେଜି ଲେଖାଏଁ ଚାଉଳ ଓ ପ୍ରତି ପରିବାର ପିଛା ଏକ କେଜି ଲେଖାଏଁ ଡାଲି ମାଗଣାରେ ଯୋଗାଇ ଦିଆଯିବ। ଆଜି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ଏପରି ନିଷ୍ପତ୍ତି ନେଇଛନ୍ତି ସରକାର।
ପୂର୍ବରୁ ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଘୋଷଣା କରି ସାରିଥିବାବେଳେ ରାଜ୍ୟ ସରକାର ଏବେ ଏହାକୁ ଲାଗୁ ପାଇଁ ନିଷ୍ପତ୍ତି ନେଇଛନ୍ତି।
ତାସହିତ ଆଜି ସମୀକ୍ଷା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଡାକ୍ତରଙ୍କ ଅବସର ବୟସ ସୀମା ୬୨ରୁ ୬୫ ବର୍ଷକୁ ବୃଦ୍ଧି କରିବା ସହିତ ଖୋର୍ଦ୍ଧା ଓ କଟକ ଜିଲ୍ଲାରେ କୋଭିଡ୍ ପରିଚାଳନାକୁ ଅଧିକ ସୁଦୃଢ଼ କରିବା ଲାଗି ୧୫ କୋଟି ଲେଖାଏଁ ମୋଟ ୩୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡରୁ ମଞ୍ଜୁର କରାଯାଇଛି।
ତା ସହିତ ନୂଆ କୋଭିଡ୍ ଡାକ୍ତରଖାନା ଓ କୋଭିଡ୍ କେୟାର ହୋମ୍ ପାଇଁ ୨୦ କୋଟି ୬୪ ଲକ୍ଷ ଟଙ୍କା ମଂଜୁର କରାଯାଇଛି।