ନବରଙ୍ଗପୁର: ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜୀଙ୍କ ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୩ ବର୍ଷ ହୋଇଥିଲା। ନବରଙ୍ଗପୁର ସୁନାରୀ ସାହି ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
ମହମ୍ମଦଙ୍କ ମୃତ୍ୟୁ ସମୟରେ ତାଙ୍କ ନିକଟରେ ପରିବାର ଲୋକେ ଉପସ୍ଥିତ ଥିଲେ। ମହମ୍ମଦ ବାଜୀଙ୍କ ବିୟୋଗରେ ପୁରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକଟ କରିଛନ୍ତି। ସ୍ୱାଧୀନତା ସଂଗ୍ରାମ ଓ ଜନଜାତି ବର୍ଗର ଉନ୍ନତି ପାଇଁ ତାଙ୍କ ଅତୁଳନୀୟ ଅବଦାନ ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।