ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା, ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ

ନୂଆଦିଲ୍ଲୀ/ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର  ଓ ଏହାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅକ୍ଟୋବର ୯ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨-୩ ଦିନ ମଧ୍ୟରେ  ଡିପ୍ରେସନରେ ପରିଣତ ହୋଇ ଏହା ଉତ୍ତରପଶ୍ଚିମ ଦିଗରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବରେ ଅକ୍ଟୋବର ୧୧ରୁ ୧୩ ମଧ୍ୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର ତାମିଲନାଡୁ, ଆନ୍ଧ୍ର ପ୍ରଦେଶ ଉପକୂଳ, ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ, ଆସାମ ଓ ମେଘାଳୟର ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ଆକଳନ କରିଛି।

ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ଏବେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶା, ବିହାର, ଝାଡ଼ଖଣ୍ଡର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।

You might also like