ଆଜିଠୁ ଜିଲ୍ଲା ବାହାର ଲୋକଙ୍କୁ ପୁରୀ ମନା

ପୁରୀ: ଆଜିଠୁ ଜିଲ୍ଲା ବାହାରର କୌଣସି ବ୍ୟକ୍ତି ପୁରୀ ଜିଲ୍ଲାକୁ ପ୍ରବେଶ କରିପାରିବେ ନାହିଁ। ଏ ନେଇ କଟକଣା ଜାରି କରାଯାଇଛି।

ଅତ୍ୟାବଶ୍ୟକୀୟ ସେବା କିମ୍ବା କୌଣସି ଜରୁରୀ କାର୍ଯ୍ୟ ନ ଥିଲେ ପୁରୀ ଜିଲ୍ଲାକୁ ପ୍ରବେଶ ନିମନ୍ତେ ଅନୁମତି ଦିଆଯିବ ନାହିଁ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

ପୁରୀ ଜିଲ୍ଲାର ପ୍ରବେଶ ପଥ ଗୁଡ଼ିକରେ କଡ଼ାକଡ଼ି ଯାଞ୍ଚ କରିବାକୁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିବା ନେଇ ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ କହିଛନ୍ତି। ଏହାସହ ଲୋକଙ୍କୁ ମଧ୍ୟ ସହଯୋଗ କରିବାକୁ ଜିଲ୍ଲାପାଳ ନିବେଦନ କରିଛନ୍ତି।

ସୂଚନାଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ପୁରୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୧୫ଜଣ ସୁସ୍ଥ ହୋଇଥିବାବେଳେ ୭୪ଜଣ ଚିକିତ୍ସାଧୀନ ଅଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଆଉ ଜଣେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଜନିତ କାରଣରୁ ତାଙ୍କ ମୃତ୍ୟୁ ଘଟି ନାହିଁ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

You might also like