କାର୍‌ରୁ ୩୨ କେଜି ଗଞ୍ଜେଇ ଜବତ, ୩ ଇଞ୍ଜିନିୟରିଂ ଛାତ୍ର ଗିରଫ

କଟକ(ବିଶ୍ୱଜିତ ଆଚାର୍ଯ୍ୟ): କାର୍‌ରୁ ୩୨ କିଲୋଗ୍ରାମ ଗଞ୍ଜେଇ ଜବତ। ଆଜି ଭୋର ସମୟରେ କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗର ଟିମ୍‌ କଟକ ସ୍ଥିତ ଲିଙ୍କ୍‌ରୋଡ୍‌ରେ ଚଢ଼ାଉ କରି ଏହି ଗଞ୍ଜେଇ ଜବତ କରିଛି। ଦୁଇଟି ବସ୍ତାରେ ଭର୍ତ୍ତି ଗଞ୍ଜେଇକୁ ଏକ କାର୍‌ ଯୋଗେ କନ୍ଧମାଳରୁ ବାଲେଶ୍ୱରକୁ ଚାଲାଣ ହେଉଥିବା ବେଳେ ଏନେଇ ଅବକାରୀ ଗୁଇନ୍ଦା ବିଭାଗକୁ ଖବର ମିଳିଥିଲା। ଏହାପରେ ଚଢ଼ାଉ କରାଯାଇ ଏହାକୁ ଜବତ କରାଯାଇଥିଲା।

ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ତେବେ ଏହି ଘଟଣାରେ ସମ୍ପୃକ୍ତ ୩ଜଣ ଯୁବକଙ୍କୁ ପୁଲିସ୍‌ ଗିରଫ କରିଛି। ଏମାନେ ସମସ୍ତେ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ବୋଲି ଜଣାପଡ଼ିଛି। ସେମାନଙ୍କ ଘର କନ୍ଧମାଳ ଜିଲ୍ଲା ଖଜୁରୀପଡ଼ାରେ ବୋଲି ସୂଚନା ମିଳିଛି।

ତେବେ ଏହି ଘଟଣାରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ସେନେଇ ଅବକାରୀ ଗୁଇନ୍ଦା ବିଭାଗ ଅଧିକ ଖୋଳତାଡ଼ ଆରମ୍ଭ କରିଛି। ଏମାନେ ନିୟମିତ ଭାବେ ଚୋରା ଗଞ୍ଜେଇ କାରବାର କରୁଥିଲେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like