ଆଜି ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା

ବ୍ରହ୍ମପୁର: ପଶ୍ଚିମ କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗତକାଲିଠୁ ବର୍ଷା ଲାଗି ରହିଛି।

ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଜିଲ୍ଲା ପ୍ରଭାବିତ ହୋଇଛି। ଫଳରେ ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ତେବେ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଥାଉ କି, ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ବର୍ଷା ସହ ବଜ୍ରପାତ ସମ୍ଭାବନା; ୧୩ ଜିଲ୍ଲାକୁ ସତର୍କ ସୂଚନା

 

 

ଆହୁରି ପଢ଼ନ୍ତୁ

You might also like