ମାଟ୍ରିକ୍‌ ପରୀକ୍ଷାରେ ଫେଲ୍‌ ଖବର ଶୁଣି, ଏମିତି ନିଷ୍ପତ୍ତି ନେଲେ ଛାତ୍ରୀ

ଉମରକୋଟ: ମାଟ୍ରିକ୍‌ ପରୀକ୍ଷାରେ ଫେଲ୍‌ ହୋଇଥିବା ଜାଣି ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅନ୍ତର୍ଗତ ଉଦୟପୁର ଡିଏନ୍‌କେ ଗାଁର ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ରୀ ଜଣକ ଉଦୟପୁର ଡିଏନ୍‌କେ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟରେ ପଢ଼ୁଥିଲେ ଓ ଚଳିତ ବର୍ଷ ମାଟ୍ରିକ୍ ‌ପରୀକ୍ଷା ଦେଇଥିଲେ।

ରେଜଲ୍ଟ ବାହାରିବା ଦିନ ସେ ଫେଲ୍‌ ହୋଇଥିବା ଖବର ପାଇ ମାନସିକ ଭାରସାମ୍ୟ ହରାଇଥିଲେ। ରବିବାର ମଧ୍ୟାହ୍ନରେ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି।

ଖବର ପାଇ ରାଇଘର ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ପୋଷ୍ଟମର୍ଟମ ପାଇଁ ପଠାଇଛି। ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହେବାସହ ପୋଲିସ୍‌ ଘଟଣାର ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like