‘ପଦ୍ମଶ୍ରୀ’ ସମ୍ମାନକୁ ଅଗ୍ରାହ୍ୟ କଲେ ଗୀତା ମେହେଟା

ଭୁବନେଶ୍ୱର: ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିବାକୁ ଅଗ୍ରାହ୍ୟ କଲେ ବିଶିଷ୍ଟ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟା। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏହି ସମୟରେ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିବା ଠିକ୍ ହେବନି।

ଏହା ଜନସାଧାରଣଙ୍କ ନିକଟକୁ ଭୁଲ୍‌ ବାର୍ତ୍ତା ଯିବ ଯାହା ଉଭୟ ସରକାର ଓ ତାଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିପାରେ ବୋଲି ଗୀତା ମେହେଟା ଆଶଙ୍କା କରୁଛନ୍ତି।

ସାହିତ୍ୟ ଏବଂ ଶିକ୍ଷା କ୍ଷେତ୍ରରେ ଅବଦାନ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟା ପଦ୍ମଶ୍ରୀ ପାଇବାକୁ ମନୋନୀତ ହୋଇଥିଲେ।

You might also like