‘ରାସନ କାର୍ଡ ପାଇନଥିବା ଲୋକଙ୍କୁ ଚାଉଳ, ଡାଲି ଦିଅ’

ଭୁବନେଶ୍ୱର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇନଥିବା ଗରିବ ଓ ନିସ୍ୱ ପରିବାରକୁ ମାଗଣାରେ ଚାଉଳ ଓ ଡାଲି ଯୋଗାଇ ଦେବାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ଲକଡାଉନ ଯୋଗୁଁ ଅନେକ ଗରିବ ହଇରାଣ ହେଉଛନ୍ତି ଓଡିଶାରେ ଏପରି କିଛି ଗରିବ ପରିବାର ଅଛନ୍ତି ଯେଉଁମାନେ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇନାହାନ୍ତି। ଏଥିଯୋଗୁଁ ସେମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି

କେନ୍ଦ୍ର ସରକାର ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ଓ ଜିଲ୍ଲା ଖଣିଜ ପାଣ୍ଠିକୁ କରୋନା ମୁକାବିଲାରେ ବ୍ୟବହାର କରିବା ପାଇଁ ନିୟମ କୋହଳ କରିଛନ୍ତି । ଏହାର ବ୍ୟବହାର କରି ରାସନ କାର୍ଡ ପାଇନଥିବା ଲୋକମାନଙ୍କୁ ଚାଉଳ ଓ ଡାଲି ଯୋଗାଇ ଦେବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନ୍ତର୍ଗତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନରେ ମୁଣ୍ଡପିଛା ମାସକୁ ୫ କିଲୋ ଚାଉଳ ଓ କାର୍ଡ ପିଛା ୧ କିଲୋ ଡାଲି ମାଗଣାରେ ଯୋଗାଇ ଦିଆଯାଉଛି। ଏବେ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୮୦.୨୬ ଲକ୍ଷ ପରିବାରର ୨.୮୬ କୋଟି ଲୋକ, ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ୧୨.୫୯ ପରିବାରର ୩୮.୬୪ ଲକ୍ଷ ଲୋକ ଓ ରାଜ୍ୟ ଖାଦ୍ୟ ଯୋଜନାରେ ୧.୧୬ ଲକ୍ଷ ପରିବାରର ୩.୭୮ ଲକ୍ଷ ଲୋକଙ୍କୁ ମାଗଣା ଚାଉଳ ଓ ଡାଲି ଯୋଗାଇ ଦିଆଯାଉଛି।
You might also like