• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଲକଡାଉନ ପରେ ଓଡ଼ିଶାକୁ ଫେରିବାକୁ ଥିବା ପ୍ରବାସୀଙ୍କ ଚିକିତ୍ସା ଓ କ୍ୱାରେଣ୍ଟିନରେ ରହିବା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ମେ’ ୩ରେ ଲକଡାଉନ ଅବଧି ସରିବା ପରେ ବାହାରୁ ଫେରିଥିବା ଲୋକଙ୍କୁ ୧୪ ଦିନ ପାଇଁ କ୍ୱାରେଣ୍ଟିନରେ ରଖାଯିବ । କ୍ୱାରେଣ୍ଟିନରେ ରହିବାବେଳେ ଜଣ ପିଛା ଖାଦ୍ୟ ବାବଦକୁ ୧୨୦ ଟଙ୍କା ଓ ଶିଶୁଙ୍କ ମୁଣ୍ଡ ପିଛା ୧୦୦ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ପର୍ସନାଲ ହାଇଜିନିକ କିଟ୍ ବାବଦରେ ୧୪ ଦିନକୁ ୩୦୦ ଟଙ୍କା ଦିଆଯିବ । ଏହି ଟଙ୍କାରେ ଟୁଥ ବ୍ରଶ, ପେଷ୍ଟ, ସାବୁନ, ତେଲ, ରେଜର ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ କିଣିପାରିବେ।

ଯେଉଁ କ୍ୱାରେଣ୍ଟିନ ସେଣ୍ଟରରେ ବେଡସିଟ୍‌ ନଥିବ, ସେଠାରେ ଗୋଟିଏ ବେଡ୍ ପାଇଁ ୨ଟି ବେଡ ସିଟ୍ ଓ ୨ଟି ତକିଆ ଖୋଳ କିଣାଯିବ । ସେହିଭଳି କ୍ୱାରେଣ୍ଟିନ ସେଣ୍ଟରର ସାନିଟାଇଜେସନ ବାବଦରେ ଦିନକୁ ସର୍ବାଧିକ ୨ ହଜାର ଟଙ୍କା ଦିଆଯିବ।

ଏହାଛଡ଼ା କ୍ୱାରେଣ୍ଟିନ ସେଣ୍ଟରରେ ପଡ଼ିବାକୁ ଥିବା ବେଡ କିଣାଯିବ ନ ହେଲେ ଭଡ଼ାରେ ଅଣାଯିବ । ଏ ଖର୍ଚ୍ଚ ରାଜ୍ୟ ବିପର୍ଯ୍ୟୟ ରିଲିଫ ଫଣ୍ଡରୁ କରାଯିବ । ତେବେ କ୍ୱାରେଣ୍ଟିନ ସେଣ୍ଟରର ପରିଚାଳନା ଓ ଖର୍ଚ୍ଚ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିୟମାବଳୀ ଜାରି କରାଯାଇଛି । ସେହି ଆଧାରରେ ଏହି ଟଙ୍କା ଖର୍ଚ୍ଚ କରାଯିବ । ଗ୍ରାମ ପଞ୍ଚାୟତ ବା ପୌରପରିଷଦ ଦ୍ୱାରା କ୍ୱାରେଣ୍ଟିନ ସେଣ୍ଟର ପରିଚାଳନା କରାଯିବ

Govt-fund-allocation-for-quarentien-period
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories