ଭୁବନେଶ୍ୱର: କରୋନା ସଂକ୍ରମଣ ବଢୁଥିବାରୁ ହସ୍ପିଟାଲ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ଗାଇଡଲାଇନ ସରକାର ଜାରି କରିଛନ୍ତି। ମେଡିକାଲ ଯେମିତି ହଟସ୍ପଟ ନପାଲଟିବ, ସେଥିପାଇଁ କଡ଼ା ତାଗିଦ କରାଯାଇଛି। ପ୍ରତ୍ୟେକ ହସ୍ପିଟାଲ ଅଲଗା ଜ୍ୱର ଓ ଆଇସୋଲେସନ କ୍ଲିନିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲ ଆସୁଥିବା ସବୁ ଲୋକଙ୍କ ସ୍କ୍ରିନିଂ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ପର୍ଯ୍ୟାପ୍ତ ହାତଧୁଆ ବ୍ୟବସ୍ଥା ଓ ସାନିଟାଇଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
https://twitter.com/otvnews/status/1384458223248310274?s=20