ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଭୁବନେଶ୍ୱର ଜିପିଏଚ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘର ସହ ୬ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି।

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି। ରାଜଧାନୀର ନୂଆପଲ୍ଲୀ, ନୂଆଗାଁ, ବାଲିଅନ୍ତା, ନହରକଣ୍ଟା, ୟୁନିଟ-୩ ଅଫିସ ଚାମ୍ବର ସହ କୁରୁଣ୍ଟି ସ୍ଥିତ ସମ୍ପର୍କୀୟ ଘରେ ମଧ୍ୟ ରେଡ୍ ହୋଇଛି।

ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଥିବା ତାଙ୍କ ପୈତୃକ ଘରେ ମଧ୍ୟ ଚାଲିଛି ଭିଜିଲାନ୍ସ ରେଡ।  ଏନେଇ ଭୁବନେଶ୍ୱରସ୍ଥିତ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟରୁ ସର୍ଚ୍ଚ ୱାରେଣ୍ଟ ଜାରି କରାଯାଇଥିବା ସୂଚନା ମିଳିଛି।

You might also like