ଗ୍ରାସିମ୍ କମ୍ପାନୀରେ ଗ୍ୟାସ୍ ପାଇପ୍ ଫାଟିବା ଘଟଣା, ଆଖି ବୁଜିଲେ ଇଞ୍ଜିନିୟର

ବ୍ରହ୍ମପୁର: ଗଞ୍ଜାମ ସହର ସ୍ଥିତ ଗ୍ରାସିମ କମ୍ପାନୀରେ ଗ୍ୟାସ୍ ପାଇପ୍ ଫାଟିବା ଘଟଣାରେ ମୃତ୍ୟୁସଂଖ୍ୟା ୨ରେ ପହଞ୍ଚିଛି। ଗୁରୁତର ଆହତ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିବା ଇଞ୍ଜିନିୟର ଅଭିଷେକ ପାଳଙ୍କର ଆଜି ସକାଳେ ମୃତ୍ୟୁ ହୋଇଛି। ଏହା ପୂର୍ବରୁ ଗତକାଲି ହେଲ୍‌ପର ଶଙ୍କର ରାଉଳଙ୍କର ମୃତ୍ୟୁ ଘଟିଥିଲା। ଗତ ୭ ତାରିଖରେ ପ୍ଲାଣ୍ଟରେ କାମ ଚାଲିଥିବାବେଳେ ବିସ୍ଫୋରଣ ହୋଇଥିଲା ଏଥିରେ ଇଞ୍ଜିନିୟର ଅଭିଷେକ ପାଳ ଓ ୩ ଜଣ କର୍ମଚାରୀ ଗୁରୁତର ଆହତ ହୋଇଥିଲେ।

ସମସ୍ତଙ୍କୁ ପ୍ରଥମେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଇଞ୍ଜିନିୟର ଅଭିଷେକ ଓ ହେଲ୍‌ପର ଶଙ୍କରଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ମୃତ ଅଭିଷେକଙ୍କ ଘର କଟକ ହୋଇଥିବାବେଳେ ଶଙ୍କରଙ୍କ ଘର ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗାଁରେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୧୨ ଲକ୍ଷ ଟଙ୍କା ଓ  ପରିବାରର ଜଣଙ୍କୁ ନିୟମିତ ନିଯୁକ୍ତି ଦିଆଯିବ ବୋଲି କମ୍ପାନୀ କର୍ତ୍ତୃପକ୍ଷ କହିଛନ୍ତି।

 

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like