ଦିନ ୧ଟା ୩୦ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧ଟା ୩୦ ପର୍ଯ୍ୟନ୍ତ ୧୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡ଼ା।

ସୂଚନା ଅନୁସାରେ, ବର୍ଷା ଓ ବଜ୍ରପାତ ନେଇ ଆଜି ସକାଳ ସାଢ଼େ ଦଶଟା ଯାଏ ସତର୍କ ରହିବାକୁ ୧୪ଟି ଜିଲ୍ଲାବାସୀଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।

You might also like