୮ ଜିଲ୍ଲାରେ କୁଆପଥର ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ସନ୍ଧ୍ୟା ୬ଟା ମଧ୍ୟରେ ୮ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି। ଗଜପତି, ଗଞ୍ଜାମ, ନବରଙ୍ଗପୁର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ପାଇଁ ସତର୍କ ରହିବାକୁ କୁହାଯାଇଛି। କୁଆପଥର ବର୍ଷା ସହ ପବନ ବହିବା ନେଇ
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲାଗୁଡିକ ହେଲା- ମୟୂରଭଂଜ, ଗଜପତି, ଗଞ୍ଜାମ, କୋରାପୁଟ, କନ୍ଧମାଳ, ନୟାଗଡ଼, ଯାଜପୁର, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ରହିବା ସମ୍ଭାବନା ରହିଛି।

ରବିବାର ପାଇଁ ୧୪ ଜିଲ୍ଲାକୁ ଆଲର୍ଟ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ, ଅନୁଗୁଳ ଓ ଢେଙ୍କାନାଳ। ଏହି ସମୟରେ ଘଡ଼ଘଡ଼ି ମାରିବା ସହ ପବନର ବେଗ ୩୦-୪୦ କିମି ରହିବ।

You might also like