ଘର ଭିତରୁ ଉଦ୍ଧାର ହେଲା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ

କଟକ: ବାଙ୍କୀ ଥାନା ସୁନାଦେଇ ମୁଣ୍ଡିଆ ନିକଟରେ ଏକ ଘରୁ ମହିଳାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମହିଳାଙ୍କୁ ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ବାଙ୍କୀ ପୁଲିସ୍ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ଘଟଣାର ତଦନ୍ତ କରୁଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୁଲିସ୍ କହିଛି।

You might also like