ବରଯାତ୍ରୀ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍, ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା‌

ବୌଦ୍ଧ/ସୋନପୁର: ରାଜ୍ୟର ଦୁଇଟି ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ସ୍ଥାନରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଯୋଗୁ ୧୦ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଏକ ସ୍ଥାନରେ ବୋଲେରୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଗୁରୁତର ଆହତ ହୋଇଛନ୍ତି। ବୌଦ୍ଧ ଜିଲ୍ଲା ଓ ବଲାଙ୍ଗିର-ସୋନପୁର ରାସ୍ତାରେ ଏହି ଦୁର୍ଘଟଣା ଘଟିଛି।

ବଲାଙ୍ଗିର-ସୋନପୁର ରାସ୍ତା ବଡ଼ଝିଙ୍କି ନିକଟରେ ଏକ ବରଯାତ୍ରୀ ଗାଡ଼ି-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଯୋଗୁ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ସୂଚନାଥାଉ କି, ସୁବର୍ଣ୍ଣପୁର ହରିଣାପାଲି ଗାଁର ବରଯାତ୍ରୀ ବୋଲେରୋରେ ପାଟଣାଗଡ଼ରୁ ଫେରୁଥିବା ବେଳେ ବଡ଼ଝିଙ୍କିଠାରେ ଏକ ଚାଉଳ ବୋଝେଇ ଟ୍ରକ୍ ଗାଡ଼ିକୁ ଧକ୍କା ଦେଇଥିଲା।

accident

ସେହିପରି ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ସଦର ଥାନା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଯାତ୍ରୀବାହୀ ବସ୍ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ଅଛନ୍ତି। ଆହତ ଯାତ୍ରୀଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତିରୁପତି ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ ଭବାନୀପାଟଣା ଯାଉଥିବା ବେଳେ ଖଜୁରୀପଡ଼ା ନିକଟରେ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ପୁରଣା କଟକ ପୋଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

accident

You might also like