ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି। ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି।
ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ମହିଳାଙ୍କୁ କେହି ହତ୍ୟା କରି ଫିଙ୍ଗିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି, ଫୋରେନସିକ୍ ଟିମ୍ ପହଞ୍ଚି ତଦନ୍ତ ଚଳାଇଛନ୍ତି।
ମୃତଦେହ ନିକଟରୁ ଛୁରୀ, ଗ୍ଲୋଭସ୍ ମିଳିଛି। ଏ ସବୁକୁ ତଦନ୍ତ ଲାଗି ଫୋରେନସିକ୍ ଟିମ୍ ସଂଗ୍ରହ କରିଛି। ଏହାଛଡ଼ା ମଦ ବୋତଲ ମିଳିଥିବାରୁ ଦୁର୍ବୃତ୍ତମାନେ ମଦ ପିଇବା ପରେ ମହିଳାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି।