କାଲିଠୁ ଘରକୁ ଘର ବୁଲି ହେବ ସ୍ୱାସ୍ଥ୍ୟ ପରୀକ୍ଷା

ବ୍ରହ୍ମପୁର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ମୁକାବିଲା ପାଇଁ ସାରା ରାଜ୍ୟରେ ଚାଲିଛି ତନାଘନା। ରାଜ୍ୟରେ କରୋନା ସ୍ଥିତିକୁ ଦେଖିବା ପରେ ଗଂଜାମ ଜିଲ୍ଲାପାଳ ବଡ଼ ନିଷ୍ପତ୍ତି ନେଇଛନ୍ତି । ଆସନ୍ତାକାଲିଠାରୁ ଜିଲ୍ଲାରେ ଘରକୁ ଘର ବୁଲି ହେବ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଗଂଜାମ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏ ନେଇ ଏକ ବୈଠକ ବସିଥିଲ। ବୈଠକ ପରେ ଜିଲ୍ଲାର ପ୍ରାୟ ୪୦ ଲକ୍ଷ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଏଥିସହିତ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିକି ମାସ୍କ ନ ପିନ୍ଧିଲେ ଫାଇନ କରାଯିବ। ସହରାଞ୍ଚଳରେ ୧୦୦୦ ଟଙ୍କା  ଓ ଗ୍ରାମାଞ୍ଚଳରେ ୫୦୦ ଟଙ୍କା ଫାଇନ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ।

 

You might also like