“ଅନ୍ୟ ରାଜ୍ୟ ଅପେକ୍ଷା କରୋନା ସ୍ଥିତି ଓଡ଼ିଶାରେ ଭଲ ଅଛି”

ଫେରନ୍ତାଙ୍କ ଉପରେ ନଜର ରହିଛି

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମଣ। ଆଉ ଏହାକୁ ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ ଓ ରାଜ୍ୟ ସରକାର। କରୋନାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ। ସେ କହିଛନ୍ତି ଯେ, ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି।  ଓଡ଼ିଶାର ସ୍ଥିତି ଭଲ ଅଛି; ସରକାର କରୋନା ଉପରେ ତୀକ୍ଷଣ ନଜର ରଖିଛନ୍ତି। ସବୁ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ  ଦିଆଯାଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏହାସହ ସେ କହିଛନ୍ତି ଯେ, ଅକ୍ସିଜେନ୍, ବେଡ୍, ମେଡିସିନ୍, ଭେଣ୍ଟିଲେଟର ମହଜୁଦ ରଖିବାକୁ କୁହାଯାଇଛି। ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ସଜାଗ ପାଇଁ କୁହାଯାଇଛି। ଯେଉଁମାନେ ଆସିବେ ସ୍କ୍ରିନିଂ କରାଯାଇ ଆଣ୍ଟିଜେନ୍ ଟେଷ୍ଟ ପାଇଁ କୁହାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି। ଏହାସହ ଅଟୋ ଚାଳକ, ମାଂସ ବିକାଳୀ, ହୋଟେଲ୍ କର୍ମଚାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯିବାକୁ ନିଷ୍ପତ୍ତି ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।

ତେବେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୬୭ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୮୫ ରହିଛି। ଖୋର୍ଦ୍ଧା ଜିଲ୍ଲାକୁ ମିଶାଇ ୩ ଜିଲ୍ଲାରେ ୭୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୨,୨୨୪ରେ ପହଞ୍ଚିଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧୨, ବାଲେଶ୍ୱରରୁ ୫, ବରଗଡ଼ରୁ ୧୯, ଭଦ୍ରକରୁ ୪, ବଲାଙ୍ଗିରରୁ ୧୫, କଟକରୁ ୨୬, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତିରୁ ୪, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୨୯, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୭୭, କୋରାପୁଟରୁ ୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୮, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୭୧, ପୁରୀରୁ ୧୧, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୦, ସୁନ୍ଦରଗଡ଼ରୁ ୭୫ ଓ ଷ୍ଟେଟ୍‌ ପୁଲ୍‌ରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟର କରୋନା ସଂକ୍ରମିତଙ୍କ ଉପରେ ସରକାର କଡା ନଜର ରଖିଛନ୍ତି।

You might also like