ରାଜ୍ୟରେ ୨ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ; ୧୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର :  ଲଘୁଚାପ ପ୍ରଭାବରେ ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା।  ଏହାକୁ ନଜରରେ ରଖି ସମସ୍ତ ଜିଲ୍ଲାପାଳ ମାନଙ୍କୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶ।

ସ୍ୱତନ୍ତ୍ର ରିଲିଫ୍ କମିଶନର ଏନେଇ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି।  ଏହି ସମୟରେ ଉତ୍ତର ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସହ ମୟୂରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗିର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ତାସହ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲା ଯଥାକ୍ରମେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ସହ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ ଓ ଢେଙ୍କନାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେଲେ ଓ୍ୱାଟର ଲଗିଂ ସହ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନା ଥିବାରୁ ଏହାର ମୁକାବିଲା ଲାଗି ପ୍ରଶାସନିକ ସ୍ତରରେ ସମସ୍ତ ଅଧିକାରୀ ସତର୍କ ନଜର ରଖିବା ସହ କ୍ଷେତ୍ର କର୍ମଚାରୀଙ୍କୁ ଆବଶ୍ୟକ ସରଞ୍ଜାମ ସହ ପୂର୍ଣ୍ଣ ପ୍ରସ୍ତୁତ ରଖିବାକୁ କୁହାଯାଇଛି।

ଏଥିସହ ଶୁଖିଲା ଖାଦ୍ୟ, ପିଇବା ପାଣି, ଔଷଧ ଓ ପରିମଳ ସାମଗ୍ରୀ ମହଜୁଦ୍ କରି ରଖିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟରେ ସମୁଦ୍ର ଭିତରକୁ ନଯିବାକୁ ମତ୍ସଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ୩ ମୃତଦେହ ଉଦ୍ଧାର

୬ ବର୍ଷର ବିସ୍ମୟ ବାଳକ ; ପଢୁଛନ୍ତି ଭାଗବତ

ଭଦ୍ରକ ପୁରୁଣା ବଜାର ଉତ୍ତେଜନା ହ୍ରାସ : IICଙ୍କୁ ବଦଳି

ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା; ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ପୂଜାମଣ୍ଡପ

ଓକାକ୍ ଟାୱାରରେ ହେବ ‘ମୋ ସରକାର’ ଅଫିସ୍

ଆଧାର ଧରିଲା ୧୯ ଲକ୍ଷ ବେଆଇନ ହିତାଧିକାରୀ

ଗିରଫ ହେଲେଣି ୪୨୬ ମଦୁଆ ଚାଳକ , ଆଗରେ ଗଞ୍ଜାମ

କ୍ୱାର୍ଟର୍ସ ଛାଡୁନଥିବା ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ଚରମ ବାଣୀ, ଘର ନଛାଡ଼ିଲେ କଟିବ ଲାଇନ, ପାଣି

ଆକ୍ଟିଭା ସ୍କୁଟରକୁ ଲକ୍ଷେ ଟଙ୍କା ଫାଇନ୍‌ !

ଡାକ୍ତର ନୁହେଁ, ଅନଭିଜ୍ଞ ଔଷଧ ଦୋକାନୀ କରୁଛନ୍ତି ରୋଗୀ ଚିକିତ୍ସା!

କ୍ୱାର୍ଟର୍ସ ଛାଡ଼ିବା ପାଇଁ ନୋଟିସ ପଠାଇବା ଓ କେସ୍‌ କରିବା ଶୋଭନୀୟ ନୁହେଁ : ଦେବାଶିଷ ନାୟକ

ଆରଟିଓ ଅଫିସ୍‌ରେ ଦଲାଲ ରାଜ୍ : ମାନିଲେ ମନ୍ତ୍ରୀ

You might also like