ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ପ୍ରଭାବରେ ଆଜିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ଆରମ୍ଭ ହେବା ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୧୫ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଗତକାଲି ମଧ୍ୟ ପୁରୀ, ଭୁବନେଶ୍ୱର ସମେତ ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଥିଲା। ମାତ୍ର ଅଧଘଣ୍ଟା ବର୍ଷାରେ ରାଜଧାନୀ ଜଳାର୍ଣ୍ଣବ ହୋଇଯାଇଥିଲା। ଲୋକଙ୍କ ଘରେ ମଧ୍ୟ ପାଣି ଲହଡ଼ି ଭାଙ୍ଗିଥିଲା।