ଆଜି ତିନି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର  : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶାରେ ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ଆଜି ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିନ୍ତୁ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ଜାଗାରେ ଆଜି ପ୍ରବଳ ବର୍ଷା ହେବ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି, “ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କିଛି ଜାଗାରେ ପ୍ରବଳ ବର୍ଷା ହେବ। ଏଥିସହ କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କନାଳ, କଟକ, ଖୋର୍ଦ୍ଧା,ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର।”

ସେ ଆହୁରି କହିଛନ୍ତି,“ଆସନ୍ତା ଦୁଇ ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ କନ୍ଧମାଳ, ବ୍ରହ୍ମପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।”

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like