ଆଜି ରାତିରେ ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ରାତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା। ଏଥିପାଇଁ ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ସୂଚନା ମୁତାବକ,ଆଜି ରାତି ୧.୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହେବ। ଏଥିସହ ବିଜୁଳି ମାରିବାର ସମ୍ଭାବନା ରହିଛି।

ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଏକ ଟ୍ରପ୍‌ ଲାଇନ୍‌ ଯୋଗୁ ଗତ କିଛିଦିନ ହେଲା ପାଗ କୋହଲା ରହିଥିଲା। ଏହାସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା।

You might also like