ପୁଣି ଲଘୁଚାପ, ଆସନ୍ତା ୨୦ ଓ ୨୧ରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଭଳି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୦ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ସେହିଭଳି ୨୧ ତାରିଖରେ ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବହିବ ଓ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ଉକ୍ତ ଜିଲ୍ଲାଗୁଡ଼ିକରେ ସତର୍କତା ଅବଲମ୍ବନ କରିବାକୁ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖି ପରାମର୍ଶ ଦେଇଛନ୍ତି।

You might also like