ଆହୁରି ୨୪ ଘଣ୍ଟା ବର୍ଷିବ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଅବିଶ୍ରାନ୍ତ ବର୍ଷା ଲାଗି ରହିଛି। ତେବେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗତକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ଏହି ଜିଲ୍ଲା ଗୁଡ଼ିକ ହେଲା-ପୁରୀ, ଖୋର୍ଦ୍ଧା, କଟକ, ଭଦ୍ରକ , ବାଲେଶ୍ୱର, ମୟୂରଭଞ୍ଜ ଓ ଗଞ୍ଜାମ। ସେହିପରି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡ଼ା, ଜଗତସିହପୁର, ଯାଜପୁର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା। ଆଜି ମଧ୍ୟ ସମାନ ପରିସ୍ଥିତି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ। ତେବେ ଆହୁରି ୪୮ ଘଣ୍ଟା ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼।

ସେପଟେ ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ବହୁ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ରାସ୍ତାଘାଟରେ ପାଣି ଜମି ରହିବା ଯୋଗୁ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like