ପ୍ରବଳ ବର୍ଷିବ, ୧୪ ଜିଲ୍ଲାକୁ ବଜ୍ରପାତ ଆଲର୍ଟ

ଭୁବନେଶ୍ୱର: ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷିବ।

ସେହିପରି କାଲି ୧୪ ଜିଲ୍ଲାକୁ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଦିଆଯାଇଛି। ସେହି ଜିଲ୍ଲାଗୁଡିକ ହେଲା:- ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା।

ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖ ବେଳକୁ ଦାନାବାନ୍ଧି ପାରେ ଆଉ ଏକ ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ତେବେ ଏନେଇ ବିସ୍ତୃତ ସୂଚନା ବା ପୂର୍ବାନୁମାନ ଆସିନାହିଁ। ପୂର୍ବରୁ ଲଘୁଚାପ ବର୍ଷାରେ ଦକ୍ଷିଣ ଓଡ଼ିଶାର ସ୍ଥିତି ବେହାଲ ହୋଇଥିବା ବେଳେ ଆଉଏକ ଲଘୁଚାପ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ପୁଣି ଚିନ୍ତା ବଢାଇଛି।

 

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like