୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନବରଙ୍ଗପୂର ଓ ନୂଆପଡ଼ା। ଏହାସହ ଅନ୍ୟ ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ତେବେ ମନ୍‌ସୁନ୍‌ ଟ୍ରପ୍‌ ଲାଇନ୍‌ ଓଡ଼ିଶା ଉପରେ ଥିବାରୁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ପ୍ରବଳ ବର୍ଷା ଆଶଙ୍କା ନ ଥିବାରୁ କୌଣସି ଅଞ୍ଚଳରେ ବନ୍ୟା ସ୍ଥିତି ଉପୁଜିବନି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

You might also like